Get Updates
Get notified of breaking news, exclusive insights, and must-see stories!

ଆସନ୍ତାକାଲି ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ! ପ୍ରଭାବରେ ୧୯ରୁ ୨୨ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ୧୯ରୁ ୨୨ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ମଧ୍ୟ ରହିଛି ।

ଅନ୍ୟପଟେ ଗତକାଲିର ଲଘୁଚାପ କ୍ଷେତ୍ର ଆଜି ଦୁର୍ବଳ ପଡ଼ିଛି । ଏଥିସହିତ ଜଡିତ ଘୂର୍ଣ୍ଣିବଳୟ ଆଜି ପଶ୍ଚିମ ଝାଡଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଢଳରେ ୭.୬ କିଲୋମିଟର ଯାଏ ବ୍ୟାପିଛି । ଏହାର ପ୍ରଭାବରେ ଆଜି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି ।

Odisha Weather Report

ଆଜି ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲାଗୁଡ଼ିକ ହେଲା ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର । ଅନ୍ୟ ୧୩ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଂଜାମ, ବୌଦ୍ଧ, ସୋନପୁର, ଅନୁଗୁଳ, ଦେଓଗଡ଼, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ ।

ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ମୌସୁମୀ ସକ୍ରିୟ ରହିବା ସହ ରାଜ୍ୟରେ ୨୨.୭ ମିମି ବର୍ଷା ରେକର୍ଡ ହୋଇଛି । ଯାହା ସ୍ୱାଭାବିକ ବର୍ଷା ୧୧.୮ ମିମି ତୁଳନାରେ ୯୨% ଅଧିକ । ଭୀଷଣ ବର୍ଷାରେ ଭରଣା ହେଲା ନିଅଣ୍ଟିଆ ବର୍ଷା । ସକ୍ରିୟ ମୌସୁମୀ ପ୍ରଭାବରେ ଗତ ୨୪ଘଣ୍ଟାରେ ଅନୁଭୂତ ବର୍ଷାରେ ୩% ନିଅଣ୍ଟିଆ ଭରଣ । ଗତ ୪୮ ଘଣ୍ଟାରେ ଅନୁଭୂତ ବର୍ଷା ପ୍ରଭାବରେ ରାଜ୍ୟରେ ୮% ନିଅଣ୍ଟିଆ ଭରଣ ହୋଇଛି । ରାଜ୍ୟରେ ଚଳିତ ମୌସୁମୀ ଋତୁରେ ଆଜି ସୁଦ୍ଧା ୩୦୭.୮ ମିମି ବର୍ଷା ରେକର୍ଡ ଯାହା ସ୍ୱାଭାବିକ ବର୍ଷା ୩୮୨.୮ ମିମି ତୁଳନାରେ ୨୦% କମ୍‌ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+