ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ, ତିନି ଦିନ ଭିଜିବ ଓଡ଼ିଶା

ଲଘୁଚାପ ଏବେ ଉତ୍ତର-ଓଡ଼ିଶା ଓ ପଶ୍ଚିମ-ବଙ୍ଗ ଉପକୂଳ ଆଡ଼କୁ ମୁହାଁଇଛି । ଗୁଲାବ ପରି ଏକ ଶକ୍ତିଶାଳୀ ନହେଲେ ବି ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି ।

ଭୁବନେଶ୍ୱର: ସଜ ସଜ ଓଡିଶା ଛାଡିଛି ବାତ୍ୟା 'ଗୁଲାବ୍' । ଗୋଟିଏ ବାତ୍ୟା ଯାଉ ଯାଉ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ଲଘୁଚାପ ଏବେ ଉତ୍ତର-ଓଡ଼ିଶା ଓ ପଶ୍ଚିମ-ବଙ୍ଗ ଉପକୂଳ ଆଡ଼କୁ ମୁହାଁଇଛି । ଗୁଲାବ ପରି ଏକ ଶକ୍ତିଶାଳୀ ନହେଲେ ବି ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି ।

odisha weather update

ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୧ ତାରିଖ ଯାଏଁ ବର୍ଷା ଲାଗି ରହିବ । ୨୯ ତାରିଖ ସକାଳ ୮ଟା ୩୦ ଯାଏଁ ୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ହେବ । ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ହୋଇପାରେ ।

୨୯ ତାରିଖରୁ ୩୦ ତାରିଖ ସକାଳ ୮ଟା ୩୦ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ଫଳରେ ଜଳବନ୍ଦୀ ସହ ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ଜଳସ୍ତର ବଢ଼ିପାରେ । ସେହିଦିନ ପ୍ରବଳ ବର୍ଷା ନେଇ ଦେବଗଡ଼, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ଢେଙ୍କାନାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୩୦ ତାରିଖରୁ ୧ ତାରିଖ ସକାଳ ୮ଟା ୩୦ ଯାଏଁ ପ୍ରବଳ ବର୍ଷା ନେଇ ୩ଟି ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଉତ୍ତର ବଙ୍ଗୋପସାଗର ଏବଂ ତତସଂଲଗ୍ନ ଓଡ଼ିଶା ଉପକୂଳ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ୩୦ ତାରିଖ ସକାଳ ଯାଏଁ ବାରଣ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+