Get Updates
Get notified of breaking news, exclusive insights, and must-see stories!

୧୯ ବେଳକୁ ଆଉ ଏକ ଲଘୁଚାପ: ୧୮ ରୁ ବଢିବ ବର୍ଷା

ଗୋଟିଏ ପରେ ଗୋଟିଏ ଲଘୁଚାପ କ୍ଷେତ୍ର । ଏବେ ଏକ ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଥିବା ବେଳେ ଆଗାକୁ ଆସୁଛି ପୁଣି ଏକ ଲଘୁଚାପ ।

ଭୁବନେଶ୍ୱର: ଗୋଟିଏ ପରେ ଗୋଟିଏ ଲଘୁଚାପ କ୍ଷେତ୍ର । ଏବେ ଏକ ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଥିବା ବେଳେ ଆଗାକୁ ଆସୁଛି ପୁଣି ଏକ ଲଘୁଚାପ ।

Odisha Weather Report

ଅଗଷ୍ଟ ୧୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହା ପ୍ରଭାବରେ ଆସନ୍ତା ୧୮ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ । ପ୍ରଭାବିତ ହେବ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶା ।

ଆଜି ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଓ ଝାରସୁଗୁଡ଼ା ପ୍ରଭୃତି ୫ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ସେପଟେ କେବଳ ଓଡ଼ିଶା ନୁହେଁ ପୂର୍ବ ଏବଂ କେନ୍ଦ୍ରୀୟ ଭାରତର ବିଭିନ୍ନ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+