ଆସୁଛି ଲଘୁଚାପ, କାଲିଠୁ ବଢିବ ବର୍ଷା

ଭୁବନେଶ୍ୱର: ଆସୁଛି ଲଘୁଚାପ । କାଲିଠୁ ବଢିବ ବର୍ଷା । ଆସନ୍ତା ୪ ତାରିଖରୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇପାରେ ଲଘୁଚାପ । ଏହାର ପ୍ରଭାବରେ ଆସନ୍ତାକାଲିଠୁ ୬ ତାରିଖରେ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ସୋମବାରରୁ ବର୍ଷା ହେବା ସହ ୫ରୁ ବର୍ଷାର ବିସ୍ତୃତି ବଢିବ । ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ୟଲୋ ଆଲର୍ଟ ଜାରି ହୋଇଛି ।

Odisha Weather Report

ବର୍ଷା ସହ ପାଗରେ ଆସିବ ପରିବର୍ତ୍ତନ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁରୁ ଦୁର୍ବଳ ପ୍ରବାହ ଯୋଗୁ ରାଜ୍ୟରେ କିଛି ଦିନ ହେବ ବର୍ଷାର ମାତ୍ରା କମ୍ ରହିଥିବା ବେଳେ ତାପମାତ୍ରାରେ ବି ବୃଦ୍ଧି ଘଟିଛି । ସେହିପରି ୪ ତାରିଖରେ ବର୍ଷାର ପରିମାଣ ବିସ୍ତୃତ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+