ଆସନ୍ତା ୭ ରେ ଆସୁଛି ଲଘୁଚାପ: ପ୍ରବଳ ବର୍ଷା ସହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ
ଆସନ୍ତା ୭ ତାରିଖରେ ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ୫ ତାରିଖରୁ ବର୍ଷାର ପ୍ରକୋପ ଆରମ୍ଭ ହୋଇ ୭ ଓ ୮ ତାରିଖରେ ବିଭିନ୍ନ ସ୍ଥାନରେ ପ୍ରବଳର
ଭୁବନେଶ୍ୱର: ଆସନ୍ତା ୭ ତାରିଖରେ ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ୫ ତାରିଖରୁ ବର୍ଷାର ପ୍ରକୋପ ଆରମ୍ଭ ହୋଇ ୭ ଓ ୮ ତାରିଖରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହେବାର ଆଶଙ୍କା ରହିଛି । କିନ୍ତୁ ରବିବାରଠୁ ବର୍ଷାର ମାତ୍ରା ବଢିବ ବୋଲି ଜଣାପଡିଛି । ଶ୍ରାବଣ ମାସ ଚାଲିଥିଲେ ମଧ୍ୟ ବର୍ଷାର ପରିଣାମ କମ୍ ରହିଛି । ତେଣୁ ଅନେକ ସ୍ଥାନରେ ଚାଷ କାମ ପ୍ରଭାବିତ ହୋଇଛି । ବିଶେଷ କରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିଭଳି ୬ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଲଘୁଚାପ ଯୋଗୁଁ ରାଜ୍ୟରେ ମୌସୁମୀ ଅତ୍ୟନ୍ତ ସକ୍ରିୟ ରହିବ। ଏହା ପ୍ରଭାବରେ ସମୁଦ୍ର ମଧ୍ୟରେ ପବନର ଗତି ବୃଦ୍ଧି ହେବା ସହ ସମୁଦ୍ର ଅଶାନ୍ତ ରହିବ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୭ ତାରିଖଠାରୁ ଗଭୀର ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ସେହିପରି ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟର ସବୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ଏସ୍ଆର୍ସିଙ୍କ କାର୍ଯ୍ୟାଳୟରୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଜଳବନ୍ଦୀ ସମସ୍ୟା ଓ ଭୂସ୍ଖଳନ ଆଦିର ମୁକାବିଲା ପାଇଁ ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ବର୍ଷାଜନିତ କୌଣସି କ୍ଷୟକ୍ଷତି ଘଟିଲେ ତୁରନ୍ତ ଏହାର ରିପୋର୍ଟ ଦାଖଲ କରିବାକୁ ଏସଆରସିଙ୍କ କାର୍ଯ୍ୟାଳୟ କହିଛି ।
ତେବେ ୭ ତାରିଖ ପରେ ୧୩ ତାରିଖରେ ମଧ୍ୟ ପୁଣି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ବାବନା ରହିଛି ।












Click it and Unblock the Notifications