ସକ୍ରିୟ ହେଲା ଘୂର୍ଣ୍ଣିବଳୟ, ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ଵର: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାରି ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିସ୍ତୃତି ବର୍ଷା ହୋଇପାରେ । ତେବେ ୭ ତାରିଖରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଆଜି ଓ ଆସନ୍ତାକାଲି କିଛି ଜିଲ୍ଲାରେ ବିଜୁଳି ଘଡଘଡି ଜନିତ ବର୍ଷା ହୋଇପାରେ । ଆସନ୍ତା ସେପ୍ଟେମ୍ବର ୪ରୁ ୫ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କଟକ, ନୟାଗଡ଼, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ।

Odisha Weather Report

ସେହିପରି ୬ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ମାଲକାନଗିରି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ପରେ ୭ ତାରିଖରେ ନୂଆପଡ଼ା, କଳାହାଣ୍ଡି, ବରଗଡ଼, ବଲାଙ୍ଗିର ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ହେ ବ। ସେହିପରି ବୌଦ୍ଧ, ସୋନପୁର, କୋରାପୁଟ, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ସମ୍ୱଲପୁର, ଅନୁଗୋଳ ଓ ନୟାଗଡ଼ ଜିଲ୍ଲା ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ହେବ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+