ଓଡ଼ିଶାରେ ପଡ଼ିବନି ବାତ୍ୟାର ବିଶେଷ ପ୍ରଭାବ; କେଉଁଠି କରିବ ଲ୍ୟାଣ୍ଡ୍‌ଫଲ୍‌ ?

ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା । ଏ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ପଡ଼ିବ ନାହିଁ ।

ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଗତକାଲି ସୃଷ୍ଟି ହୋଇଥିବା ଅବାପାତଟି କ୍ରମଶଃ ଉତ୍ତର ଉତ୍ତର ପୂର୍ବ ଦିଗରେ ଗତି କରୁଛି । ଏହାର କେନ୍ଦ୍ରସ୍ଥଳୀରେ ବର୍ତ୍ତମାନ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହୁଛି । ଏହା କ୍ରମଶଃ ଘନୀଭୂତ ହୋଇପାରେ ।

ଆଜି ରାତି କିମ୍ବା କାଲି ସକାଳ ସୁଦ୍ଧା ଏହା ଘୂର୍ଣ୍ଣିବାତ୍ୟାରେ ପରିଣତ ହୋଇପାରେ । ବାତ୍ୟା ୧୮ ତାରିଖ ସକାଳେ ବାଂଲାଦେଶର ଖେପୁପୁରା ଏବଂ ମଙ୍ଗଳା ଅଞ୍ଚଳରେ ଉପକୂଳ ଅତିକ୍ରମ କରିବ । ପବନର ବେଗ ଅତି ବେଶୀରେ ଘଣ୍ଟା ପ୍ରତି ୭୦ ରୁ ୮୦ କିମି ହୋଇପାରେ ।

୧୮ କିମି ବେଗରେ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରୁଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ବିଶାଖାପାଟଣା ଓ ପାରାଦୀପରୁ ୩୮୦ କିମି ଦୂରରେ ଅଛି । ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରି ଆହୁରି ଘନୀଭୂତ ହେବ । କାଲି ଅର୍ଥାତ ଶୁକ୍ରବାର ବାତ୍ୟାର ରୂପ ନେଇପାରେ ଗଭୀର ଅବପାତ । ବାତ୍ୟା ବେଳେ ପବନର ବେଗ ସର୍ବାଧିକ ୮୦ କିମି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

cyclone

ଗଭୀର ଅବପାତ ଉତ୍ତର-ଉତ୍ତରପୂର୍ବ ଦିଗକୁ ମୁହାଁଇ ଥିବାରୁ ଓଡ଼ିଶାରେ ବିଶେଷ ପ୍ରଭାବ ନାହିଁ । କେବଳ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସର୍ବାଧିକ ପବନ ରହିବ । ଏହାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ । ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ବର୍ଷା ସମ୍ଭାବନା ରହିଛି । ପୁରୀରୁ ଆରମ୍ଭ କରି ଉତ୍ତର ଓଡ଼ିଶାର ଉପକୂଳ ଜିଲ୍ଲା ଗୁଡ଼ିକରେ ବର୍ଷା ହେବ ବୋଲି ଆଇଏମଡି ଡିଜି କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+