ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୨୦ରେ ଲଘୁଚାପ କ୍ଷେତ୍ର

ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତା ୪୮ ଘଣ୍ଟାରେ ପରେ ଏହା ଅଧିକ ଘନୀଭୂତ ହେବା ନେଇ ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ କାଳକ୍ରମେ ଲଘୁଚାପରେ ପରିଣତ ହେବ ।

ଭୁବନେଶ୍ୱର: ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତା ୪୮ ଘଣ୍ଟାରେ ପରେ ଏହା ଅଧିକ ଘନୀଭୂତ ହେବା ନେଇ ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ କାଳକ୍ରମେ ଲଘୁଚାପରେ ପରିଣତ ହେବ । ଦକ୍ଷିଣ -ପୂର୍ବ ପାଶ୍ୱର୍ବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୦ ତାରିଖ ବେଳକୁ ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି ।

Odisha Weather Report

ଏହା ଧୀରେ ଧୀରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତିକରି କେନ୍ଦ୍ରୀୟ ଓ ତତ୍ସଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଆଡ଼କୁ ମୁହାଁଇବ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବା ସଂଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧ ମିଲିଲିଟର ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ୩.୧ ମିଲିମିଟର ତୁଳନାରେ ୬୭% କମ୍‌ । ସମଗ୍ର ରାଜ୍ୟରେ ବହୁ ପରିମାଣରେ ବର୍ଷା କମିଛି। ଆସନ୍ତା ୪୮ ଘଣ୍ଟାରେ ଆଭ୍ୟନ୍ତରିଣ ଓଡ଼ିଶାର କିଛି ଅଞ୍ଚଳରୁ ମୌସୁମୀ ଅପସାରଣ ହେବା ନିମନ୍ତ ବାଟ ଅନୁକୂଳ ରହିଛି ବୋଲି କହିଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।

ଏନେଇ ସେ କହିଛନ୍ତି, ସକାଳେ ଏବେ ପାଗ ଶୁଖିଲା ରହୁଛି। ଏବେ ସାମାନ୍ୟ କୁହୁଡ଼ି ରହୁଥିବା ବେଳେ ହାଲକା ଥଣ୍ଡା ପବନ ରହୁଛି। ଯାହାକି ମୌସୁମୀ ଅପହରଣ ପାଇଁ ବେଶ୍‌ ଅନୁକୂଳ । ଆଗାମୀ ୫ ଦିନ ପର୍ଯ୍ୟନ୍ତ ବିଶେଷ ବର୍ଷାର ବିଶେଷ ଆକଳନ ନାହିଁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+