Get Updates
Get notified of breaking news, exclusive insights, and must-see stories!

ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ,୯ ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ

Weather Forecast:ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ,୯ ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ଛତିଶଗଡ଼ ମୁହାଁ ହୋଇଛି ସକ୍ରିୟ ଅବପାତ । ୧୯ଟି ଜିଲ୍ଲାକୁ ବର୍ଷା ନେଇ ଚେତାବନୀ । ୯ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବିଶେଷକରି ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ବାଲେଶ୍ୱର ଓ ବରଗଡ଼ , ମୟୂରଭଞ୍ଜରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୨ ତାରିଖରେ ସାମାନ୍ୟ ବର୍ଷା କମିପାରେ । ପୁଣି ୧୩ରୁ ବର୍ଷାର ପରିମାଣ ବଢ଼ିବା ନେଇ ସୂଚନା ରହିଛି ।

rain

ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶାରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଅବପାତରେ ପରିଣତ ହେବା ପରେ ତଳମୁଣ୍ଡରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଅବପାତର ପ୍ରଭାବରେ ଉପକୂଳ ଓଡ଼ିଶା ଓ ସଂଲଗ୍ନ ଉତ୍ତରପଶ୍ଚିମ ତଥା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କିମି ରହିବ । ତେଣୁ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ପ୍ରବେଶ ନ କରିବା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଜାରି ଦେଇଛି । ଅବପାତ ବର୍ଷା ପାଇଁ ପୁରୀ, ଧାମରା ,ଗୋପାଳପୁର ଏବଂ ପାରାଦୀପର ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+