ଘନ କୁହୁଡି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଘନ କୁହୁଡ଼ି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କନ୍ଧମାଳରେ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

weather report

ଭୁବନେଶ୍ୱର: ଘନ କୁହୁଡ଼ି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କନ୍ଧମାଳରେ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେପଟେ ଆଜି ଭୋର ସମୟରେ ଦ୍ୱୈତ ନଗରୀ କଟକ- ଭୁବନେଶ୍ୱରରେ ଘନ କୁହୁଡ଼ିର ଆସ୍ତରଣ ପରିଲକ୍ଷିତ ହୋଇଛି। ରାସ୍ତାରେ ୨୦ରୁ ୩୦ ମିଟର ଯାଏଁ ଦୂରକୁ ଦେଖିବା କଷ୍ଟକର ହୋଇ ପଡ଼ିଛି । ଏହାଫଳରେ ଗାଡ଼ି ଚଳାଚଳ ଏବଂ ଯାତାୟତରେ ସମସ୍ୟା ଉପୁଜିଛି ।

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ଗତକାଲି ବି କଟକ, ଜଗତ୍‌ସିଂହପୁର, ପୁରୀ, ଗଞ୍ଜାମ, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରେ ସକାଳୁ ପ୍ରବଳ କୁହୁଡ଼ି ଦେଖିବାକୁ ମିଳିଥିଲା । ସେପଟେ, ରାଜଧାନୀ ଉପକଣ୍ଠରେ ୧୦ ମିଟର ଦୂରକୁ ଦେଖା ଯାଉନି ମୁହଁ । କୁହୁଡି ଚାଦରରେ ଢାଙ୍କି ହୋଇ ରହିଥିଲା ଭୁବନେଶ୍ୱର ।

ଅପରପକ୍ଷେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା କ୍ରମାଗତ ଭାବେ ବଢ଼ି ଚାଲିଛି। ଗୁରୁବାର ଦିନ ଘୁ. ଉଦୟଗିରିଠାରେ ସର୍ବନିମ୍ନ ୮ ଡିଗ୍ରି ରେକର୍ଡ ହୋଇଛି। ଏଥିସହ ଫୁଲବାଣୀ ଓ କିରେଇରେ ବି ରାତି ତାପମାତ୍ରା ୧୦ ଡିଗ୍ରି ରେକର୍ଡ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+