ଉପାନ୍ତରୁ ଉପକୂଳ ପ୍ରବଳ ବର୍ଷିବ, ୧୪ରେ ପୁଣି ଏକ ଘୂର୍ଣ୍ଣିବଳୟ
ଆଜି ଉପକୂଳ ଓଡ଼ିଶା ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି ।
ଭୁବନେଶ୍ୱର: ଲାଗଛି ରହିଛି ତୁହାକୁ ତୁହା ବର୍ଷା । ପଛକୁ ପଛ ସୃଷ୍ଟି ହେଉଛି ଘୂର୍ଣ୍ଣିବଳୟ । ଆଜି ଉପକୂଳ ଓଡ଼ିଶା ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି । ଫଳରେ ଦଶହରା ମଉଜ ଫିକା ପଡିଥିବା ବେଳେ କୁମାର ପୁର୍ଣ୍ଣିମା (ଗଜଲକ୍ଷ୍ମୀ ପୂଜା) ମଧ୍ୟ ଫିକା ପଡିବ।

ଆଜି ରାଜ୍ୟରେ ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଭଦ୍ରକ ଓ ବାଲେଶ୍ୱର। ତେବେ ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ବର୍ଷା ହେବା ନେଇ ସତର୍କ ଜାରି କରାଯାଇଥିବା ବେଳେ ଅନ୍ୟ ଜିଲ୍ଲା ଗୁଡ଼ିକରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।
ତେବେ ଆଗାମୀ ୫ ଦିନ ଅର୍ଥାତ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ୧୪ ତାରିଖରେ ଦକ୍ଷିଣ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ନୂଆ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ସାରା ରାଜ୍ୟରେ ୧୭ ତାରିଖ ପର୍ଯ୍ୟନ୍ତ ସ୍ବଳ୍ପ ବର୍ଷା ହେବ।












Click it and Unblock the Notifications