ଆଜିଠୁ ବଢିବ ବର୍ଷା, ୧୧ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
ଆସନ୍ତା କାଲି ମଧ୍ୟ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣଂ ଜାରି କରାଯାଇଛି । ରାଜ୍ୟରେ ୧୩ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ
ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଏହା ପ୍ରଭାବରେ ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଆଜି ୧୧ଟି ଜିଲ୍ଲାକୁ ଅରେଞ୍ଜ ଓ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରାଯାଇଛି । ଗଞ୍ଜାମ,ଗଜପତି ,କନ୍ଧମାଳ,କଳାହାଣ୍ତି ,ନବରଙ୍ଗପୁର,ଖୋର୍ଦ୍ଧା , ନୟାଗଡ଼, ମାଲକାନଗିରି, କୋରାପୁଟ ଓ କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ସମସ୍ତ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣଂ ଜାରି କରାଯାଇଛି ।

ସେହିପରି ଆସନ୍ତା କାଲି ମଧ୍ୟ ୧୦ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣଂ ଜାରି କରାଯାଇଛି । ରାଜ୍ୟରେ ୧୩ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ । ୧୨ ଓ ୧୩ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ୭ ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷାର ସମ୍ଭାବନା ରହିଛି ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି। ସେଥିପାଇଁ ୧୨ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।












Click it and Unblock the Notifications