ଲଘୁଚାପ ପରେ ଲଘୁଚାପ, ସାରା ରାଜ୍ୟରେ ପ୍ରବଳ ବର୍ଷା
ଆସନ୍ତାକାଲି ଦ୍ୱିତୀୟ ଲଘୁଚାପ । ରାଜ୍ୟରେ ଏବେ ଲଘୁଚାପ ପରେ ଲଘୁଚାପ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ ୧୬ ତାରିଖ ଯାଏଁ । ପୁଣି ୧୭ ତାରିଖରେ ଆସିବ ଆଉ ଗୋଟିଏ ଲଘୁଚାପ । ଏମିତି ଘନଘନ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଲଗାଣ ବ
ଭୁବନେଶ୍ୱର: ଆସନ୍ତାକାଲି ଦ୍ୱିତୀୟ ଲଘୁଚାପ । ରାଜ୍ୟରେ ଏବେ ଲଘୁଚାପ ପରେ ଲଘୁଚାପ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ ୧୬ ତାରିଖ ଯାଏଁ । ପୁଣି ୧୭ ତାରିଖରେ ଆସିବ ଆଉ ଗୋଟିଏ ଲଘୁଚାପ । ଏମିତି ଘନଘନ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଲଗାଣ ବର୍ଷା ଜାରି ରହିବ ।

ଆସନ୍ତାକାଲି ପାଇଁ ୧୩ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୧୪ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଉତ୍ତର ଓଡ଼ିଶା ସମେତ ୧୫ ଜିଲ୍ଲାକୁ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଯାହାଫଳରେ ୧୮ ତାରିଖ ପର୍ଯ୍ୟନ୍ତ ବର୍ଷାରୁ ମିଳିବନି ନିସ୍ତାର । ବିଶେଷ କରି ଦକ୍ଷିଣ, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ୭୦ ରୁ ୧୧୦ ମିଲିମିଟର ବର୍ଷା ହେବ । ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, କନ୍ଧମାଳ, ରାୟଗଡ଼ା, ଗଜପତି, ଯାଜପୁର, ଢେଙ୍କାନାଳ ଏବଂ କଳାହାଣ୍ଡିରେ ୭୦ ରୁ ୨ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ।
ଆସନ୍ତା ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ବର୍ଷା ହେବ । ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ, ବୈତରଣୀ, ମହାନଦୀ ଉପରମୁଣ୍ଡ ଓ ତଳମୁଣ୍ଡ, ବ୍ରାହ୍ମଣୀର ଉପର ଓ ତଳମୁଣ୍ଡ, ଋଷିକୂଲ୍ୟା, ନାଗାବଳୀ, ବଂଶଧାରା ଅବବାହିକା ଅଞ୍ଚଳରେ ଆସନ୍ତା ୧୩ ଓ ୧୪ରେ ବିସ୍ତୃତ ବର୍ଷା ସମ୍ଭାବନା ଅଛି । ଫଳରେ ମହାନଦୀ ସମେତ ଦେବୀ, ବ୍ରାହ୍ମଣୀ, ବୈତରଣୀ, ସୁବର୍ଣ୍ଣରେଖା ଏବଂ ଜଳକା ନଦୀରେ ବନ୍ୟା ସ୍ଥିତି ଆସିପାରେ ବୋଲି ପାଣିପାଗ କେନ୍ଦ୍ର ସତର୍କ କରାଇଛି । ଏହାସହ ଆଜିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications