Odisha Weather Report: ଆଜିଠୁ କମିବ, ୧୮ରୁ ପୁଣି ବଢିବ
ଆସନ୍ତା ୧୮ ସେପ୍ଟେମ୍ବର ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି ଏବଂ ପରିମାଣ ।
ଭୁବନେଶ୍ୱର: ଆସନ୍ତା ୧୮ ସେପ୍ଟେମ୍ବର ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି ଏବଂ ପରିମାଣ । ବର୍ତ୍ତମାନ ସୁଦ୍ଧା ଚଳିତ ମୌସୁମି ଋତୁରେ 1084.3 ମିମି ବର୍ଷା ରେକର୍ଡ କରାଯାଇଛି, ଯାହାକି ସ୍ୱାଭାବିକ ବର୍ଷା ତୁଳନାରେ 5% ଅଧିକ ବୋଲି ଟ୍ବିଟ୍ କରି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ପାଣିପାଗ ବିଭାଗର ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପଟି ଅବପାତରେ ପରିଣତ ହେବାପରେ ଦୁର୍ବଳ ହୋଇଯାଇଛି। ଫଳରେ ଆଜିଠୁ ରାଜ୍ୟରେ ବର୍ଷା ପରିମାଣ ହ୍ରାସ ପାଇବ। ତେବେ ମୌସୁମୀ ସକ୍ରିୟ ରହିଥିବା ଯୋଗୁ ରାଜ୍ୟରେ ଦୁଇ ଦିନ ଯାଏ କିଛି ଜିଲ୍ଲାରେ ବର୍ଷା ହୋଇପାରେ। ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବୁଧବାର ମଧ୍ୟ କିଛି ଜିଲ୍ଲାରେ ଏଭଳି ସ୍ଥିତି ଜାରି ରହିବା ସହ ବାକି ଅଞ୍ଚଳ ଗୁଡ଼ିକରେ ପାଖ ଶୁଖିଲା ରହିବ।












Click it and Unblock the Notifications