ଆସୁଛି ଆଉ ଏକ ଲଘୁଚାପ ! ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା

୨୦ ତାରିଖ ବେଳକୁ ସୃଷ୍ଟି ହେବ ଲଘୁଚାପ, ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ୧୮ ସୁଦ୍ଧା ଉତ୍ତର ଆଣ୍ତାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମକୁ ମୁହାଁଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଆସନ୍ତା ୨୦ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନ ରହିଛି । ପରବର୍ତ୍ତୀ ସମୟରେ ଲଘୁଚାପ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି ।

ODISHA.weather

ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ୧୮ ତାରିଖରୁ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି । ଆଗାମୀ ୨ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ହେବା ପାଇଁ ପାଗ ଅନୁକୂଳ ରହିଛି । IMDର ଆକଳନ ଅନୁସାରେ ଅକ୍ଟୋବରରେ ସିରିଜ୍ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଗତ ଦୁଇ ସପ୍ତାହରେ ଦୁଇଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଆସନ୍ତା ସପ୍ତାହରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ଉପରେ ସମସ୍ତଙ୍କ ନଜର ରହିଛି ।

ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଆଦି ଜିଲ୍ଲାକୁ ଆସନ୍ତା କାଲି ୮.୩୦ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+