ଆଜିଠୁ ଫେରୁଛି ଶୀତ, ଘନ କୁହୁଡ଼ି ପାଇଁ ୮ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଆଜିଠାରୁ ରାଜ୍ୟର ପାଗ ଶୁଖିଲା ଓ ଖରାଟିଆ ରହିବ। ଶୀତ ବଢ଼ିବ ଓ କୁହୁଡ଼ି ବି ପଡ଼ିବ। ଆସନ୍ତା ୩ ଦିନରେ ରାଜ୍ୟର ତାପମାତ୍ରା ପ୍ରାୟ ୪ ଡିଗ୍ରି ପର୍ଯ୍ୟନ୍ତ ତଳକୁ ଖସିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି।

ଭୁବନେଶ୍ୱର: ପଶ୍ଚିମା ଝଡ଼ ତଥା ନିମ୍ନ ଚାପରେଖା ଯୋଗୁଁ ଗତ ୯ ତାରିଖରୁ ରାଜ୍ୟରେ ‌ଲାଗି ରହିଥିବା କୋହଲା ପାଗରେ ପରିବର୍ତ୍ତନ ଘଟିଛି। ଆଜିଠାରୁ ରାଜ୍ୟର ପାଗ ଶୁଖିଲା ଓ ଖରାଟିଆ ରହିବ। ଶୀତ ବଢ଼ିବ ଓ କୁହୁଡ଼ି ବି ପଡ଼ିବ। ଆସନ୍ତା ୩ ଦିନରେ ରାଜ୍ୟର ତାପମାତ୍ରା ପ୍ରାୟ ୪ ଡିଗ୍ରି ପର୍ଯ୍ୟନ୍ତ ତଳକୁ ଖସିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି।

weather report

ବିଶେଷ କରି ଆଭ୍ୟନ୍ତରୀଣ ଓଡିଶାରେ ତାପମାତ୍ରା ସ୍ୱାଭାବିକଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ଜାଡ ସହ ଘନ କୁହୁଡି ପୁଣି ଜନଜୀବନକୁ ଅସ୍ତବ୍ୟସ୍ତ କରିବା ।

ଆସନ୍ତାକାଲି ଘନ କୁହୁଡି ପାଇଁ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ଅନୁଗୁଳ, କନ୍ଧମାଳ, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗୀରରେ ଘନ କୁହୁଡି ହେବ ବୋଲି ସତର୍କତା ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+