For Quick Alerts
Turn On Notification  
For Daily Alerts
Oneindia App Download

ଆସୁଛି ଆଉ ଏକ ଲଘୁଚାପ: ଆଜି ୯ ଜିଲ୍ଲାରେ ବର୍ଷିବ

ଆସୁଛି ଆଉ ଏକ ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

|

ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୯ ତାରିଖ ସୁଦ୍ଧା ଏହି ଲଘୁଚାପ ସୃଷ୍ଟି ହେବାର ଆକଳନ କରାଯାଇଛି ।

weather report

ତେବେ ଆଜି ୯ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୭ ଓ ୧୮ ତାରିଖ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ । ୧୭ ତାରିଖ ଦିନ ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ।

ଅନ୍ୟପଟେ ଆଗକୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ତାତି ଜାରି ରହିବ । ରାଜ୍ୟରେ ଗତାକିଲା ୧୧ ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରହିଥିବା ବେଳେ ୪୩ ଡିଗ୍ରି ଉପରକୁ ରହିଛି ପଶ୍ଚିମ ଓଡ଼ିଶାର ୩ ସହର ତାପମାତ୍ରା। ସୋନପୁରରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୩.୩ ଡିଗ୍ରି ରେକର୍ଡ ହୋଇଥିବା ବେଳେ ରବିବାର ଦିନ ବଲାଙ୍ଗୀର ଓ ସୁନ୍ଦରଗଡ଼ର ଦିନ ତାପମାତ୍ରା ୪୩ ଡିଗ୍ରି ରହିଥିଲା।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
odisha weather report for 16th may
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X