ଜାରି ରହିବ ଗ୍ରୀଷ୍ମ ପ୍ରବାହ: ୪୦ ଡିଗ୍ରୀ ଉପରେ ରହିବ ତାପମାତ୍ରା

ଗ୍ରୀଷ୍ମ ପ୍ରବାହ ପାଇଁ ୭ଟି ଜିଳ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ।

ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହ ପାଇଁ ୭ଟି ଜିଳ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ । ଅନଗୁଳ, ଝରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୟାଗଡ଼ ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ୫ଟି ଜିଲ୍ଲା ପାଇଁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ଅନଗୁଳ, ସୋନପୁର, ବୌଦ୍ଧ, ସମ୍ବଲପୁରରେ ଗ୍ରୀଷ୍ମପ୍ରବାହ ରହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହିସବୁ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିପାରେ ।

odisha weather report

ତେବେ ୨୧ ତାରିଖ ବେଳକୁ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇପାରେ। ୨୧ ଓ ୨୨ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।

ସେପଟେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ପ୍ରବେଶ କରୁଥିବା ଶୁଷ୍କ ବାୟୁ ଧୀରେ ଧୀରେ ଦୁର୍ବଳ ହେବାରେ ଲାଗିଛି। ଏହାର ପ୍ରଭାବ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରହିବ। କିନ୍ତୁ ପରବର୍ତ୍ତୀ ସମୟରେ ସମୁଦ୍ର ମଧ୍ୟରୁ ଓଡ଼ିଶାକୁ ଥଣ୍ଡା ପବନ ପ୍ରବାହିତ ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ତାପମାତ୍ରା କମିବ ଓ ମଧ୍ୟମ ଧରଣର ବର୍ଷା ହେବାର ବି ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+