ଆଉ ୩ ଦିନ କାଳବୈଶାଖୀ ବର୍ଷା !

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ,ତା ସାଙ୍ଗକୁ ଅସହ୍ୟ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ I ଆଗାମୀ ୨୦ ତାରିଖ ଯାଏ ପାଗ ଏଭଳି ଲାଗି ରହିବ । ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୪୫ ଡିଗ୍ରୀ କିମ୍ବା ସ୍ୱାଭାବିକଠୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ।

ତେବେ ଉପକୂଳ ଜିଲ୍ଲାରେ ଆଗାମୀ ୩ ଦିନ ଯାଏ କାଳବୈଶାଖୀ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଅନ୍ୟପକ୍ଷେ, ଗତ ସନ୍ଧ୍ୟାରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ପ୍ରବାହରେ ବର୍ଷା ହୋଇଥିବାରୁ ଲୋକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି ।

odisha weather report

ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ ଆସନ୍ତା ୫ ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ନ ଥିବାରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଜାରି ରହିବ। ସମ୍ପୃକ୍ତ ଅଞ୍ଚଳରେ ଅନେକ ସ୍ଥାନରେ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିବାକୁ ଥିବା ବେଳେ ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗିର, କଳାହାଣ୍ଡି ଆଦି ଅଞ୍ଚଳରେ ତାପମାତ୍ର ଅଧିକ ରହିବ। ଏଥିପାଇଁ ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନ ୧୧ ଟାରୁ ଅପରାହ୍ଣ ୩ ଟା ମଧ୍ୟରେ ଖରା ଦାଉରୁ ରକ୍ଷା ପାଇବା ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

ଗତକାଲି ୧୮ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା। ୪ ସହରରେ ୪୪ ଡିଗ୍ରୀ ଉପରେ ଥିଲା ପାରଦ। ପ୍ରବଳ ଗରମ ପାଇଁ ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଦେଇଛି ୟେଲୋ ୱାର୍ଣ୍ଣିଂ । ଖରା ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏ ଘର ବାହାରକୁ ନବାହାରିବାକୁ ପରାମର୍ଶ ଦିଆଯାଇଛି।

ସେପଟେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଆଗାମୀ ୨ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ-ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ନିକୋବର ଦ୍ୱୀପର କିଛି ଅଞ୍ଚଳକୁ ଅଗ୍ରସର ହେବାକୁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ତେବେ ଚଳିତ ବର୍ଷ ଏଥିରେ ସାମାନ୍ୟ ବିଳମ୍ବ ଘଟି ଜୁନ୍ ୪ ତାରିଖ ସୁଦ୍ଧା ମୌସୁମୀ ବାୟୁ କେରଳ ଛୁଇଁବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+