ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ, କାଲିଠୁ ୩ ଦିନ ଯାଏଁ ବର୍ଷିବ !

ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ,କାଲିଠୁ ୩ ଦିନ ଯାଏଁ ବର୍ଷିବ !

ଭୁବନେଶ୍ୱର: ଆସନ୍ତାକାଲି ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗକେନ୍ଦ୍ର । ଏବଂ ଏହାର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ୧୮ ଏବଂ ୧୯ରେ ପ୍ରବଳ ବର୍ଷା ଓ ୨୦ରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନ ରହିଛି ।

odisha weather

ପାଣିପାଗ ବିଭାଗ ସୂଚନା ଅନୁସାରେ, ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ତଳର ଉପରିଭାଗରେ ୧୮ ତାରିଖରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ପ୍ରଭାବରେ କଳାହାଣ୍ତି, ଗଞ୍ଜାମ, ଗଜପତି, ପୁରୀ, ଓ ଜଗତସିଂହପୁର ଆଦି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷିବ ।
ସେହିପରି ୧୯ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ତି, କନ୍ଧମାଳ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୦ ତାରିଖରେ ରେ ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ୭ ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+