୧୨ ଘଣ୍ଟାରେ ହେବ ଘନୀଭୂତ ନୂଆ ଲଘୁଚାପ: ୩ ଦିନ ପ୍ରବଳ ଛେଚିବ
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର ପୂର୍ବ ଓ ପାଶ୍ୱବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର ପୂର୍ବ ଓ ପାଶ୍ୱବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୧୨ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସୁଦୃଶ ଲଘୁଚାପ ଏବଂ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ।

ତେବେ ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି । ରାଜ୍ୟରେ ୧୮ ଓ ୧୯ ଓ୨୦ ତାରିଖ ତିନି ଦିନ ବର୍ଷା ହେବ। ୧୮ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ, ପୁରୀ, ଗଞ୍ଜାମ ଓ ଗଜପତି, କେନ୍ଦୁଝର, ମୟୂରଭଂଜ, ଢେଙ୍କାନାଳ, ସୁନ୍ଦରଗଡ, ଝାରସୁଗୁଡା, କଳାହାଣ୍ଡି ଓ ବରଗଡରେ ପ୍ରବଳ ବର୍ଷା ହେବାର ସମ୍ଭବାନା ରହିଛି ।
ତେବେ ୧୯ ତାରିଖରେ ବର୍ଷାର ପରିମାଣ ଅଧିକ ରହିବ। ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୦ ତାରିଖରେ ପଶ୍ଚିମ ଓଡିଶାର ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୧ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।












Click it and Unblock the Notifications