ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା, ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା, ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଜି ସକାଳୁ ବର୍ଷା ଆରମ୍ଭ ହୋଇଯାଇଛି । ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯାଇଥିବା ନେଇ ସୂଚନା ରହିଛି । କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଓ କଟକ ଜିଲ୍ଲାର ଅନେକ ସ୍ଥାନରେ ବର୍ଷା ଚାଲିଥିବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲିର ଘୂର୍ଣ୍ଣିବଳୟ ଆଜି ପୂର୍ବକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୫.୮କିମି ଉଚ୍ଚତା ଯାଏଁ ବ୍ୟାପିଛି ।

ODISHA.rain

୨୦ ରୁ ୨୧ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସମ୍ଭାବନା ରହିଛି । ସାମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୦-୨୧ରେ ବିସ୍ତୃତି ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳ ରୁ ଅତିପ୍ରବଳ ବର୍ଷାର ଆଶଙ୍କା ରହିଛି । ଲଘୁଚାପ ପ୍ରଭାବରେ ୨୦ରୁ ସମୁଦ୍ର ଅଶାନ୍ତ ରହିବ । ତେଣୁ ୨୦ ତାରିଖରୁ ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+