ଆଜିଠୁ ବଢ଼ିବ ବର୍ଷା, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣଂ ଜାରି
ଆଜିଠୁ ବଢ଼ିବ ବର୍ଷା, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣଂ ଜାରି
ଭୁବନେଶ୍ୱର: ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ଯାହା ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ଓ ବିସ୍ତୃତି ବଢିବ । ଆସନ୍ତା ୨୧ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ଅନୁମାନ କରାଯାଉଛି ରାଜ୍ୟରେ ୨୨ରୁ ବର୍ଷା କମିପାରେ । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗି ରହିଛି ଝିପି ଝିପି ବର୍ଷା । ଉତ୍ତର ବଙ୍ଗୋପସାଗରର ତତସଂଲ କେନ୍ଦ୍ରୀୟ ବଙ୍ଗୋପସାଗରର ଅଞ୍ଚଳରେ ବାୟୁମଣ୍ତଳର ୫.୮ କିମି ଉଚ୍ଚଚା ଯାଏଁ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ୨୪ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ତଥା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ।

ଆଜି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି ସେହିପରି ଆସନ୍ତା ୩ ଦିନ ଯାଏଁ ଅତିପ୍ରବଳ ବର୍ଷା ପାଇଁ ଉପକୂଳ ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ । ପ୍ରବଳ ବର୍ଷା ପାଇଁ ଏହି ସମସ୍ତ ସ୍ଥାନରେ ମାଟି ଧସିବା, ଚାଷ ଜମିରେ ପାଣି ଜମିବା, ମାଟି ଘର ଭାଙ୍ଗିବା ଓ ରାସ୍ତା ଧୋଇଯିବା ନେଇ ଆଶଙ୍କା ରହିଛି । ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ରହିବ ପବନର ବେଗ । କଳାହାଣ୍ତି, କନ୍ଧମାଳ, ଗଞ୍ଜାମ, ଓ ପୁରୀ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସେହିପରି ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ନୟାଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
#WeatherUpdate🌧️🌧️🌧️
ଉତ୍ତର ବଙ୍ଗୋପସାଗର ତତସଂଲଗ୍ନ କେନ୍ଦ୍ରୀୟବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୫.୮କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି ଘୁର୍ଣ୍ଣିବଳୟପ୍ରଭାବରେ ଆଗାମୀ #୨୪ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ତଥା ଓଡିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ମଧ୍ୟରେ ଏକ #ଲଘୁଚାପ କ୍ଷେତ୍ର ସମ୍ଭାବନା pic.twitter.com/SdMZmYDuz3
— Meteorological Centre, Bhubaneswar (@mcbbsr) September 19, 2022












Click it and Unblock the Notifications