For Quick Alerts
Turn On Notification  
For Daily Alerts
Oneindia App Download

ଫିକା ପଡିବ ପୂଜା ବଜାର ! ମହାସପ୍ତମୀରେ ଭିଜିବ ସମ୍ପୂର୍ଣ୍ଣ ଉପକୂଳ ଓଡ଼ିଶା

ଫିକା ପଡିବ ପୂଜା ବଜାର ! ମହାସପ୍ତମୀରେ ଭିଜିବ ସମ୍ପୂର୍ଣ୍ଣ ଉପକୂଳ ଓଡ଼ିଶା

|

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ୫ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବାରୁ ଏଥର ଫିକା ପଡ଼ିପାରେ ଦୁର୍ଗା ପୂଜା । ଆସନ୍ତାକାଲି ମହାସପ୍ତମୀରେ ଭିଜିବ ସମ୍ପୂର୍ଣ୍ଣ ଉପକୂଳ ଓଡ଼ିଶା । ସେହିପରି ୩ ତାରିଖରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ଆଶଙ୍କା ରହିଛି । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା । ଆଜି ପାଇଁ ୪ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ବାଲେଶ୍ୱର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର ଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି ।

odisha weather

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ୩ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବ । ଆନ୍ଧ୍ର ଉପକୂଳରେ କ୍ରମଶଃ ନିକଟତର ହୋଇ ଏହା ୬ ତାରିଖରେ ଆନ୍ଧ୍ର ଦେଇ ଉତ୍ତର-ପଶ୍ଚିମ ଦିଗରେ ଗୁଜରାଟକୁ ଆଡ଼କୁ ଗତି କରିବ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
odisha weather report for 1st oct
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X