ଦୁର୍ବଳ ମୌସୁମୀ: ଅସହ୍ୟ ହେଉଛି ଗୁଳୁଗୁଳି, ଭାଦ୍ରବରେ ବି ଗ୍ରୀଷ୍ମର ତାତି

ଭାଦ୍ରବରେ ବି ଗ୍ରୀଷ୍ମର ତାତି । ଦୁର୍ବଳ ମୌସୁମୀ ଯୋଗୁ ରାଜ୍ୟରେ ତାତି ବଢ଼ୁଛି । ଆସନ୍ତା ତିନି ଦିନ ଗରମ ଜାରି ରହିବା ସହ ଗୁଳୁଗୁଳି ହେବ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର ।

ଭୁବନେଶ୍ୱର: ଭାଦ୍ରବରେ ବି ଗ୍ରୀଷ୍ମର ତାତି । ଦୁର୍ବଳ ମୌସୁମୀ ଯୋଗୁ ରାଜ୍ୟରେ ତାତି ବଢ଼ୁଛି । ଆସନ୍ତା ତିନି ଦିନ ଗରମ ଜାରି ରହିବା ସହ ଗୁଳୁଗୁଳି ହେବ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର ।

odisha weather update

ସେପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ନିମ୍ନ ଲିଖିତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନାଗିରି, କୋରାପୁଟ୍‌, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗିର, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ଏବଂ ସୋନପୁର ଇତ୍ୟାଦି ରହିଛି। ଏହି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ବର୍ଷା ଯୋଗୁଁ ମୌସୁମୀ ସକ୍ରିୟ ହେବା ନେଇ ଆକଳନ କରଯାଉଛି। ଅଗଷ୍ଟ ୧ରୁ ସେପ୍ଟେମ୍ବର ୧ ଯାଏଁ ରାଜ୍ୟରେ ସ୍ୱାଭାବିକ ବର୍ଷା ହୋଇଛି। ୬ ଜିଲ୍ଲାରେ ସ୍ୱାଭାବିକରୁ ଅଧିକ ବର୍ଷା ହୋଇଥିବା ପାଣିପାଗ ବିଭାଗ ସୂଚନା ଦେଇଛ।

ଗତକାଲି ରାଜ୍ୟର ୧୧ ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ଥିବା ପାଣିପାଗ ବିଭାଗ କହିଛି। ବୁଧବାର ୩୭.୨ ଡିଗ୍ରୀ ସହ ଭଦ୍ରକ ଜିଲ୍ଲାର ଚାନ୍ଦବାଲି ଥିଲା ରାଜ୍ୟର ସବୁଠୁ ଉତପ୍ତ ସହର। ସେହିପରି ସମ୍ବଲପୁରରେ ୩୬.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା। ଅନୁଗୁଳରେ ପାରଦ ଥିଲା ୩୬.୧ ଡିଗ୍ରୀ। ଉଚ୍ଚ ଆଦ୍ରତା ଯୋଗୁ ଦିନର ତାପମାତ୍ର ଅଧିକ ରହୁଛି। ଏଥିସହ ଉପକୂଳ ଓଡ଼ିଶାରେ ଗୁଳୁଗୁଳି ଲାଗି ରହିଥିବା ପାଣିପାଗ ବିଭାଗ କହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+