ପଶ୍ଚିମା ଝଡ ପ୍ରଭାବରେ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା
ପଶ୍ଚିମା ଝଡ ସହ ଜଡିତ ମେଘ ଖଣ୍ଡ ପଶ୍ଚିମରୁ ପୂର୍ବକୁ ଗତି କରିବା ସହ ଆଭ୍ୟନ୍ତରୀଣ ରୁ ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ବିଜୁଳି-ଘଡଘଡି ସହ ବର୍ଷା ସୃଷ୍ଟି କରୁଛି । ଏନେଇ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସୂଚାନା ଦିଆଯାଇଛି ।
ଭୁବନେଶ୍ବର: ପଶ୍ଚିମା ଝଡ ସହ ଜଡିତ ମେଘ ଖଣ୍ଡ ପଶ୍ଚିମରୁ ପୂର୍ବକୁ ଗତି କରିବା ସହ ଆଭ୍ୟନ୍ତରୀଣ ରୁ ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ବିଜୁଳି-ଘଡଘଡି ସହ ବର୍ଷା ସୃଷ୍ଟି କରୁଛି । ଏନେଇ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସୂଚାନା ଦିଆଯାଇଛି ।

ଏଥିସହ ଉତ୍ତର ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଦକ୍ଷିଣ ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚଚନାରେ କୁହାଯାଇଛି।












Click it and Unblock the Notifications