ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ
ଆସନ୍ତାକାଲି (ଗୁରୁବାର)ରୁ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୨ ଓ ୨୩ରେ ବର୍ଷାର ପରିମାଣ ଆହୁରି ବଢ଼ିବ । ୨୪ ଯାଏ ରାଜ୍ୟରେ ଜାରି ରହିବ ବର୍ଷା । ୭୦ରୁ ୧୧୦ ମିଲ
ଭୁବନେଶ୍ୱର: ଆସନ୍ତାକାଲି (ଗୁରୁବାର)ରୁ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୨ ଓ ୨୩ରେ ବର୍ଷାର ପରିମାଣ ଆହୁରି ବଢ଼ିବ । ୨୪ ଯାଏ ରାଜ୍ୟରେ ଜାରି ରହିବ ବର୍ଷା । ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି ।

ଦକ୍ଷିଣ ଝାଡଖଣ୍ଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ମଙ୍ଗଳବାର ଭୁବନେଶ୍ବରରେ ୨୦.୮ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ କଟକରେ ୧୬.୮ମିମି ବର୍ଷା ହୋଇଛି। ଦକ୍ଷିଣ ଓଡ଼ିଶାର କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ସେହିଭଳି ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି ।
୨୪ ତାରିଖ ପାଇଁ ୭ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ଜିଲ୍ଲାଗୁଡିକ ହେଲେ - ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ । ୨୫ ତାରିଖ ପାଇଁ ୮ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ଜିଲ୍ଲାଗୁଡିକ ହେଲା- ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ, ସୋନପୁର ଓ ବରଗଡ଼ ।












Click it and Unblock the Notifications