ଆସନ୍ତା ୩ ଦିନ ଯାଏଁ ବର୍ଷିବ: ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ପୁଣି ବର୍ଷାର ପରିମାଣ ବୃଦ୍ଧି ପାଇଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଝାଡ଼ଖଣ୍ଡ ଓ ସଂଲଗ୍ନ ଗ‌ାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଘୂର୍ଣ୍ଣିବଳୟ ମଧ୍ୟ ସକ୍ରିୟ ଅଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ପୁଣି ବର୍ଷାର ପରିମାଣ ବୃଦ୍ଧି ପାଇଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଝାଡ଼ଖଣ୍ଡ ଓ ସଂଲଗ୍ନ ଗ‌ାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଘୂର୍ଣ୍ଣିବଳୟ ମଧ୍ୟ ସକ୍ରିୟ ଅଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Odisha Weather Report

୨୪ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ପ୍ରବଳ ବର୍ଷା ନେଇ ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କଳହାଣ୍ଡି, ବଲାଙ୍ଗୀର ଏବଂ ନୟାଗଡ଼ରେ ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଅନୁଗୁଳ, ସୋନପୁର, ସମ୍ବଲପୁର ଏବଂ ଜଗତସିଂହପୁରରେ ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ । ଏଥିପାଇଁ ଏହି ସବୁ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସେହିଭଳି ୨୩ ତାରିଖରେ ୧୦ ଜିଲ୍ଲାକୁ ଅରେଞ୍ଜ ଏବଂ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ୨୪ ତାରିଖରେ ୫ ଜିଲ୍ଲାକୁ ଅରେଞ୍ଜ ଏବଂ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

୨୫ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୬ ତାରିଖରୁ ପରବର୍ତ୍ତୀ ସପ୍ତାହେ ଯାଏ ବିଶେଷ ବର୍ଷାର ସମ୍ଭାବନା ନାହିଁ । ୨୩ ତାରିଖ ଦିନ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ସୋନପୁର ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ତାରିଖ ଦିନ ମଧ୍ୟ ସମ୍ବଲପୁର, ଦେବଗଡ଼, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ ଭୀଷଣ ବର୍ଷିବାର ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯିବା ସହ କିଛି ଜିଲ୍ଲାରେ ପ୍ରବଳ ଓ ମଧ୍ୟମ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+