କାଲିଠୁ ଲଗାତାର ୩ ଦିନ ବର୍ଷିବ! : ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସନ୍ତାକାଲିଠୁ ଲଗାତର ୩ ଦିନ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏହି ସୂଚନା ଦେଇଛି । ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଭୁବନେଶ୍ବର: ରାଜ୍ୟରେ ପୁଣି ବଡ ବର୍ଷା ଆଶଙ୍କା । ଆସନ୍ତାକାଲିଠୁ ଲଗାତର ୩ ଦିନ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏହି ସୂଚନା ଦେଇଛି । ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୩ରୁ ୨୪ ତାରିଖ ମଧ୍ୟରେ ଉପକୂଳ- ଆଭ୍ୟନ୍ତରୀଣ ଜିଲ୍ଲାମାନଙ୍କରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୪ରୁ ୨୫ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ-ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ସୂଚନା ରହିଛି ।

Weather Report

ଅନ୍ୟପଟେ ବର୍ଷା ନେଇ ସମ୍ଭାବିତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୩ ତାରିଖ, ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡି ପ୍ରଭୃତି ୧୬ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ୨୪ରୁ ୨୫ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଏହି ଜିଲ୍ଲାଗୁଡ଼ିକ ହେଲା ଗଜପତି, ଗଞ୍ଜାମ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା, କରୋପୁଟ, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି। ଏ ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଚଳିତ ବର୍ଷା ଜୁନ ମାସରୁ ଏଯାବତ ରାଜ୍ୟରେ ୯୩୪.୨ ମିମି ବର୍ଷା ରେକର୍ଡ କରାଯାଇଛି । ଯାହାକି ଏହି ସମୟର ସ୍ବାଭାବିକ ବର୍ଷା ୮୧୧.୯ ମିମି ତୁଳନାରେ ୧୫% ଅଧିକ ରହିଛି । ଏହି ସମୟ ମଧ୍ୟରେ ବୌଦ୍ଧ ଏବଂ କନ୍ଧମାଳ ସ୍ବାଭାବିକଠାରୁ ଅତ୍ୟଧିକ ବର୍ଷା ରେକର୍ଡ ହୋଇଛି ।
ସେହିପରି ଲଘୁଚାପ ଯୋଗୁ ମୌସୁମୀ ମଧ୍ୟ ସକ୍ରିୟ ହୋଇଛି। ସ୍ଥିତି ଏପରି ହୋଇଛି ଯେ ଉପକୂଳ ଠାରୁ ଆରମ୍ଭ କରି ଉତ୍ତର ଓଡ଼ିଶାର ଏକାଧିକ ଜିଲ୍ଲାରେ ଭୟଙ୍କର ବନ୍ୟା ସମସ୍ୟା ଦେଖାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+