ଆସନ୍ତାକାଲି ପ୍ରବଳ ବର୍ଷିବ: ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
ପୂର୍ବ-କେନ୍ଦ୍ରୀୟ ଏବଂ ମିଆଁମାର ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣିବଳୟ ଆଜି ଉତ୍ତରପୂର୍ବ ବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ହୋଇଛି । ଆସନ୍ତାକାଲି ପାଇଁ ୪ ଜିଲ୍ଲାରେ ପୁଣି ଲଗାଣ ବର୍ଷା ।
ଭୁବନେଶ୍ୱର: ପୂର୍ବ-କେନ୍ଦ୍ରୀୟ ଏବଂ ମିଆଁମାର ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣିବଳୟ ଆଜି ଉତ୍ତରପୂର୍ବ ବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ହୋଇଛି । ଆସନ୍ତାକାଲି ପାଇଁ ୪ ଜିଲ୍ଲାରେ ପୁଣି ଲଗାଣ ବର୍ଷା । ଏଥିପାଇଁ ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାରେ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

ଏହାସହ ସୁନ୍ଦରଗଡ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଢେଙ୍କାନାଳ, କଟକ, ପୁରୀ, ଗଞ୍ଜାମ, ଗଜପତି ଓ ଖୋର୍ଦ୍ଧାରେ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଓ ଦେଓଗଡ଼ରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ସହ ୧୧ ଜିଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୨୫ ତାରିଖରୁ କମିବ ବର୍ଷା ।
ସେପଟେ ଆସନ୍ତା ୨୯ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ । ଯାହାର ପ୍ରଭାବରେ ସେପ୍ଟେମ୍ବର ୧ରୁ ୩ ଯାଏଁ ଉପକଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା କମିନଥିବା ବେଳେ ଆଉ ଏକ ବର୍ଷାକୁ ନେଇ ଚିନ୍ତାରେ ବଢିଯାଇଛି ।
ଚଳିତ ବର୍ଷ ଜୁନ ପହିଲାରୁ ୨୨ ଅଗଷ୍ଟ ମଧ୍ୟରେ ରାଜ୍ୟରେ ୯୪୧.୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଯାହାକି ଏହି ସମୟର ସ୍ୱାଭାବିକ ବର୍ଷା ୮୨୨.୯ ମିଲିମିଟର ତୁଳନାରେ ୧୪% ଅଧିକ ରହିଛି । ଏହି ସମୟ ମଧ୍ୟରେ କନ୍ଧମାଳରେ ୭୧% ସ୍ୱାଭାବିକ ଠାରୁ ଅତ୍ୟଧିକ ବର୍ଷା ରେକର୍ଡ କରାଯାଇଛି ।












Click it and Unblock the Notifications