ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି, ୨୬ ପର୍ଯ୍ୟନ୍ତ ବର୍ଷିବ

ଘୂର୍ଣ୍ଣିବଳୟ ପ୍ରଭାବରେ ଶକ୍ତ ହେଉଛି ଦକ୍ଷିଣ ପଶ୍ଚିମ ବାୟୁ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଆସନ୍ତା‌ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବ।

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଶକ୍ତ ହେଉଛି ଦକ୍ଷିଣ ପଶ୍ଚିମ ବାୟୁ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଆସନ୍ତା‌ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ବରଗଡ଼, ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଉପକୂଳ ଓଡ଼ିଶା ସମେତ ବାକି ଜିଲ୍ଲାଗୁଡ଼ିକରେ କାଳବୈଶାଖୀ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

weather report

ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗଞ୍ଜାମ, କନ୍ଧମାଳ, ନୟାଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, କଟକ, ଖୋର୍ଦ୍ଧା ଓ ଢେଙ୍କାନାଳକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେପଟେ ମୌସୁମୀ ପ୍ରଭାବରେ ୬ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ୨୪ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । ୧୦ଟି ଜିଲ୍ଲାରେ ୬୦ ରୁ ୯୩ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ପୁରୀ ଜିଲ୍ଲାରେ ସ୍ଥିତି ସଙ୍ଗୀନ ରହିଛି । ପୁରୀରେ ସ୍ୱାଭାବିକଠାରୁ ୯୩ ପ୍ରତିଶତ କମ୍ ବର୍ଷା ହୋଇଥିବା ବେଳେ ଜଗତସିଂହପୁରରେ ୯୨ ପ୍ରତିଶତ, ଖୋର୍ଦ୍ଧାରେ ୭୯ ପ୍ରତିଶତ, କେନ୍ଦ୍ରାପଡ଼ାରେ ୭୭ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+