ଜାନୁଆରୀ ୨୬ରୁ ରାଜ୍ୟକୁ ପୁଣି ଫେରିବ ଶୀତ

ବର୍ଷା ପରେ ପୁଣି ଫେରିବ ଶୀତ। ଉପାନ୍ତରୁ ଉପକୂଳ ଥରିବ ଓଡିଶା। ସ୍ୱାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଭୁବନେଶ୍ୱର: ବର୍ଷା ପରେ ପୁଣି ଫେରିବ ଶୀତ। ଉପାନ୍ତରୁ ଉପକୂଳ ଥରିବ ଓଡିଶା। ସ୍ୱାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ ଜାନୁଆରୀ ୨୬ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ଶୀତ ଲହର। ପାଗ ମୁଖ୍ୟତଃ ଶୁଖିଲା ରହିବ।

 odisha weather report

ସର୍ବନିମ୍ନ ତାପମାତ୍ରାରେ ପରିବର୍ତ୍ତନ ହେବା ସହ ପୁଣି ଏକ ସପ୍ତାହ ପର୍ଯ୍ୟନ୍ତ ଜାଡ଼ରେ ଥରିବ ଓଡ଼ିଶା । ଜାଡ଼ ସହ ଘନ କୁହୁଡ଼ିରେ ଅସ୍ତବ୍ୟସ୍ତ ହେବ ଜନଜୀବନ । ରାଜ୍ୟର ଅଧିକାଂଶ ଜିଲ୍ଲାରେ ରାତି ୧୦ ରୁ ସକାଳ ୧୦ ପର୍ଯ୍ୟନ୍ତ କମିବ ଦୃଶ୍ୟମାନ କ୍ଷମତା ।

ସେହିପରି ଆଜି ରାତି ଓ କାଲି(ମଙ୍ଗଳବାର) ସକାଳ ପାଇଁ ଘନ କୁହୁଡ଼ି ନେଇ ୮ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଅନୁଗୋଳ, ଢେଙ୍କାନାଳ ଓ କେନ୍ଦୁଝର। ସେହିପରି ୨୬ ତାରିଖରେ ୧୦ ଟି ଜିଲ୍ଲା କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ଖୋର୍ଦ୍ଧା ଏବଂ କଟକ କୁ ଘନ କୁହୁଡି ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

 odisha weather report

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଏଚ୍‌.ଆର୍‌. ବିଶ୍ୱାସ କହିଛନ୍ତି, ଝାଡ଼ଖଣ୍ଡ ତଥା ତା'ର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ସମୁଦ୍ର ପତ୍ତନଠାରୁ ୧.୫ କିମି ଯାଏଁ ଗୋଟିଏ ଘୁର୍ଣ୍ଣି ବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ଗଜପତି, କୋରାପୁଟ, ମାଲକାନଗିରି ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ବଲାଙ୍ଗିର, ସୋନପୁର,ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଅନୁଗୋଳ, ଢ଼େଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରେ କିଛି ସ୍ଥାନରେ ଘନକୁହୁଡ଼ି ହୋଇପାରେ।

 odisha weather report
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+