ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା, ୨୬ ପରେ ବଦଳିବ ପାଗ

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ।

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁରରେ ସର୍ବାଧିକ ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ପ୍ରବଳ ବର୍ଷା ହୋଇପାରେ ।

odisha weather report

୧୪ ଜିଲ୍ଲାରେ ପ୍ରବଳ ବର୍ଷା ଚେତାବନୀ ଦିଆଯାଇଛି । ଶନିବାର ଦିନ ଢେଙ୍କାନାଳ, କଟକ ଓ ଅନୁଗୁଳ ଆଦି ଜିଲ୍ଲାର କିଛି ସ୍ଥାନରେ ଭୀଷଣ ବର୍ଷା ହୋଇଛି । ଆଜି ଓ ୨୫ ତାରିଖରେ ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ, ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ । ତଳି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ଏଥିପାଇଁ ସତର୍କ ରହିବାକୁ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।

ଆଜି ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ବୌଦ୍ଧ, ଅନୁଗୁଳ, ଢେଙ୍କା‌ନାଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର ଓ କେନ୍ଦୁଝର ଆଦି ଜିଲ୍ଲାର କେତେକାଂଶରେ ପ୍ରବଳ ବର୍ଷିବ । ଏଥିସହ ୨୫ ତାରିଖ ଦିନ ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏହାକୁ ନଜରରେ ରଖି ଆସନ୍ତା ୨ଦିନ ପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋୱାର୍ଣ୍ଣିଂ ଜାରି ହୋଇଛି । ୨୬ ତାରିଖ ପରେ ପାଗ ଖୁଖିଲା ଓ ଖରାଟିଆ ରହିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+