୧୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି
ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଓ କାଳବୈଶାଖୀର ସମ୍ଭାବନା ରହିଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି ବୋଲି ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍
ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଓ କାଳବୈଶାଖୀର ସମ୍ଭାବନା ରହିଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି ବୋଲି ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ପାଣିପାଗ କେନ୍ଦ୍ର ମୁତାବକ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, କନ୍ଧମାଳ, ସମ୍ବଲପୁର ଓ ବରଗଡ଼ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥିସହ ୨୫ ତାରିଖ ପାଇଁ ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୬ ତାରିଖ ଦିନ ରାଜ୍ୟରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିବ । ତେବେ ୨୮ ତାରିଖ ଯାଏ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନଥିବା ସୂଚନା ମିଳିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।












Click it and Unblock the Notifications