ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷିବ: ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଆସନ୍ତାକାଲି ଅର୍ଥାତ୍ ୨୭ ତାରିଖ ଠାରୁ ଭିଜିବ ସାରା ରାଜ୍ୟ । ବର୍ଷାର ପରିମାଣ ବଢିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ୍ ୨୭ ତାରିଖ ଠାରୁ ଭିଜିବ ସାରା ରାଜ୍ୟ । ବର୍ଷାର ପରିମାଣ ବଢିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଫଳରେ ଗଜପତି, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ୍, ମାଲକାନଗିରି ଭଳି 6 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ କଟକ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆକାଶ ଆଶିଂକ ମେଘୁଆ ରହିବା ସହ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ହାଲୁକା ବର୍ଷା ସହ କାଳବୈଶାଖୀ ହେବାରର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି।
ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ରର ନିର୍ଦ୍ଦେଶକ କହିଛନ୍ତି, "ଆସନ୍ତା ୨ ଦିନରେ ରାଜ୍ୟର କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଏହାପରେ ୨୭ ତାରିଖରେ ରାଜ୍ୟର ଅନେକ ସ୍ଥାନରେ ବର୍ଷାର ପରିମାଣ ବଢିବ । ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର ଆଦି ଜିଲ୍ଲାରେ ଅଧିକ ବର୍ଷା ହେବ । ୨୯ ତାରିଖରେ ବର୍ଷାର ପରିମାଣ କମିବ । ଭୁବନେଶ୍ବରରେ ମଧ୍ୟ ୨୭ ତାରିଖରେ ମେଘାଚ୍ଛନ୍ନ ରହିବା ସହ ବର୍ଷା ହେବାର ସମ୍ଭାବନା ରହିଛି ।"












Click it and Unblock the Notifications