ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଆଶଙ୍କା

Odisha Weather Report: ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ଟ୍ରପ୍ ଲାଇନ୍ । ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ବାଲେଶ୍ୱର ଉପର ଦେଇ ଉତ୍ତର-ପୂର୍ବ ଦିଗରେ ବଙ୍ଗୋପସାଗର ଦେଇ ଗତି କରୁଛି । ଏବଂ ଏହା ସମୁଦ୍ର ପତନଠାରୁ ୦.୯ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇଛି । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।

odisha weather

ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୩ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନ ରହିଛି । ବରଗଡ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା ଓ ଗଜପତି ପ୍ରଭୃତି ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ମେଘୁଆ ରହିବା ସହ ବଜ୍ରପାତ ସହ ହାଲୁକା ହୋଇପାରେ ବୋଲି ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+