ଅକ୍ଟୋବର ୧ରୁ ବଢ଼ିବ ବର୍ଷା !
ଅକ୍ଟୋବର ୧ରୁ ବଢ଼ିବ ବର୍ଷା ! ଆହୁରି ୩ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି
ଭୁବନେଶ୍ୱର: ଅକ୍ଟୋବର ୧ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । ଆହୁରି ୩ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୨୮ ଓ ୨୯ ତାରିଖରେ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ନେଇ ଚେତାବନୀ ଜାରି କଲା ଭୁବନେଶ୍ୱର ପାଣିପାଗ ବିଭାଗ ।

ଆସନ୍ତା ୪ ଦିନ ରାଜ୍ୟରେ ଘଡ଼ଘଡି଼ ବିଜୁଳି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧ ତାରିଖରୁ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୯ ତାରିଖ ଯାଏ ରାଜ୍ୟରେ ଏହି ଭଳି ବର୍ଷା ଜାରି ରହିବ । ଅନ୍ୟପଟେ ସୋମବାର ଦିନ ରାଜଧାନୀର ବିଭିନ୍ନ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଥିଲା । ସୋମବାର ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ସାଢ଼େ ୨ଟା ମଧ୍ୟରେ ରାଜଧାନୀରେ ୧୦.୨ ମିମି ବର୍ଷା ହୋଇଯାଇଛି । ଆଜି ମଧ୍ୟ ରାଜଧାନୀର ପାଗ ମେଘୁଆ ରହିବା ସହ କିଛି କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି।












Click it and Unblock the Notifications