For Quick Alerts
Turn On Notification  
For Daily Alerts
Oneindia App Download

ଆହୁରି କମିବ ତାପମାତ୍ରା, ଏହି ସବୁ ଜିଲ୍ଲାରେ ବଢିପାରେ ଶୀତ

୪୮ ଘଣ୍ଟା ମଧ୍ୟରେ ୩ ରୁ ୪ ଡିଗ୍ରୀ ତଳକୁ ଖସିବ ରାତ୍ରି ତାପମାତ୍ରା । ଆଜିଠାରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ବଢିବ । ୩୦ ତାରିଖ ଯାଏଁ ରହିବ ପ୍ରଭାବ ।

|

ଭୁବନେଶ୍ୱର: ପ୍ରବଳ ଶୀତରେ ଥରୁଛି ଓଡ଼ିଶା । ରାଜ୍ୟକୁ ପ୍ରବେଶ କରୁଛି ଉତ୍ତରା-ପଶ୍ଚିମା ଥଣ୍ଡା-ଶୁଷ୍କ ବାୟୁ । ୪୮ ଘଣ୍ଟା ମଧ୍ୟରେ ୩ ରୁ ୪ ଡିଗ୍ରୀ ତଳକୁ ଖସିବ ରାତ୍ରି ତାପମାତ୍ରା । ଆଜିଠାରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ବଢିବ । ୩୦ ତାରିଖ ଯାଏଁ ରହିବ ପ୍ରଭାବ । ପାହାଡିଆ ଅଞ୍ଚଳ ସହ ଅନେକ ଆଭ୍ୟନ୍ତରୀଣ ଜିଲ୍ଲାରେ ରାତ୍ରି ତାପମାତ୍ରା ୧୦ ଡିଗ୍ରୀରୁ କମ୍‌ ରେକର୍ଡ ହେବା ସମ୍ଭାବନା ରହିଛି ।

 odisha weather update

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଏଚ୍‌.ଆର୍‌. ବିଶ୍ୱାସ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨୮ ତାରିଖ ରାତିରେ ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଅଧିକ ଶୀତ ଅନୁଭୂତ ହେବାର ସମ୍ଭାବନା ରହିଛି। ସେହିପରି ୨୯ ଓ ୩୦ ତାରିଖ ରାତିରେ ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର କଳାହାଣ୍ଡି, ଦେବଗଡ଼ ଓ ଅନୁଗୋଳ ଜିଲ୍ଲାରେ ଅଧିକ ଶୀତ ଅନୁଭୂତ ହୋଇପାରେ। ୩୦ ତାରିଖ ପରେ ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ହେବନି। ତେବେ ତାପମାତ୍ରା ଟିକେ ବଢ଼ିପାରେ।

ରାଜଧାନୀ ଭୁବନେଶ୍ୱରରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଆଜି ଓ ଆସନ୍ତାକାଲି ଏଠାରେ ତାପମାତ୍ରା ମଧ୍ୟ ହ୍ରାସ ପାଇବ। ଆଜି ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ପାଖାପାଖି ରହିପାରେ। ସେହିପରି ଏବେ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଶ୍ରୀ ବିଶ୍ୱାସ କହିଛନ୍ତି।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
odisha weather report for 28th jan
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X