ବର୍ଷା ଓ ଘନ କୁହୁଡି ନେଇ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୁରଭଞ୍ଜ ରହିଛି।

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୁରଭଞ୍ଜ ରହିଛି। ଏସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରବଳବର୍ଷା ଓ କୁଆପଥର ମାଡ ସମ୍ଭାବନା ଥିବା ହେତୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ମୁକାବିଲା ପାଇଁ ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଛନ୍ତି ଏସ୍‌ଆର୍‌ସି।

odisha weather report

ଠିକ୍‌ ସେହିପରି ଆସନ୍ତାକାଲିଠାରୁ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ ୧୩ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛନ୍ତି ଏସ୍‌ଆର୍‌ସି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଓ କଟକ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ତେଣୁ ପୁଲିସ୍‌ ଓ ପରିବହନ ବିଭାଗ ଏଥିପ୍ରତି ସତର୍କ ରହିବା ପାଇଁ ଏବଂ କୌଣସି ଅଘଟଣକୁ ଏଡ଼ାଇବାକୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଚିଠି ଲେଖିଛନ୍ତି ଏସ୍‌ଆର୍‌ସି।

ଏତଦ ବ୍ୟତୀତ ଡିସେମ୍ବର ୩୧ରୁ ଜାନୁଆରି ୧ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,ଖୋର୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବି କୁହୁଡ଼ି ପଡ଼ିବା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+