ତାତୁଛି ଆଭ୍ୟନ୍ତରୀଣ ଓଡିଶା ! କାଲିଠୁ ଆହୁରି ବଢିବ ତାତି
ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଆଗକୁ ଆହୁରି ତାତି ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତରପଶ୍ଚିମ ଦିଗରୁ ଶୁଷ୍କ-ଉତ୍ତପ୍ତ ବାୟୁ ପ୍ରବାହ ଶକ୍ତିଶାଳୀ ହେବାର ସମ୍ଭାବନା ଥିବାରୁ ଏହାର ପ୍ରଭାବରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଆଗକୁ ଆହୁରି ତାତି ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତରପଶ୍ଚିମ ଦିଗରୁ ଶୁଷ୍କ-ଉତ୍ତପ୍ତ ବାୟୁ ପ୍ରବାହ ଶକ୍ତିଶାଳୀ ହେବାର ସମ୍ଭାବନା ଥିବାରୁ ଏହାର ପ୍ରଭାବରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ମାର୍ଚ୍ଚ ୩୦ ତାରିଖରୁ ଏପ୍ରିଲ ଦୁଇ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ତାପମାତ୍ରା ୪୩ ଡିଗ୍ରୀ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବଲାଙ୍ଗିର ସମେତ ରାଜ୍ୟର ୭ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍ ଡେଇଁଛି । ଏସବୁ ଅଞ୍ଚଳରେ ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ତାପମାତ୍ରା ଅଧିକ ରହିଛି । ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।
ଉତ୍ତର-ପଶ୍ଚିମରୁ ଶୁଷ୍କ ଏବଂ ଉତ୍ତପ୍ତ ବାୟୁର ପ୍ରଭାବ,
— Meteorological Centre, Bhubaneswar (@mcbbsr) March 29, 2022
୨ ରୁ ୩ ଡ଼ିଗ୍ରୀ ଯାଏଁ ବଢିବ ତାତି pic.twitter.com/qNHbdyHNP8












Click it and Unblock the Notifications