ଆଜିଠୁ ପ୍ରବଳ ବର୍ଷିବ, ଫିକା ପଡିବ ପୂଜା ବଜାର
ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଲଗ୍ନ ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟରେ ପ୍ରଭାବରେ ଆଜିଠୁ ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ହେବ ।
ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଲଗ୍ନ ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟରେ ପ୍ରଭାବରେ ଆଜିଠୁ ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ହେବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗତପତି କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ମହାଅଷ୍ଟମୀ ତଥା ଆସନ୍ତକାଲିଠାରୁ ସାରା ରାଜ୍ୟରେ ବର୍ଷାର ପରିମାଣ ବଢିବା ସହ ପ୍ରାୟ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ଦୁଇ ବର୍ଷ ପରେ ଦଶହରା ମଜାରେ ପାଣି ପକାଇବ ବର୍ଷା। ସେପଟେ ଏହା ପରେ ଅକ୍ଟୋବର ୮ରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ।
୩ ତାରିଖରେ ବର୍ଷାର ପରିମାଣ ଅପେକ୍ଷାକୃତ ବୃଦ୍ଧି ପାଇବା ସହ ପ୍ରାୟ ୧୫ଟି ଜିଲ୍ଲାରେ ଏହା ପ୍ରବଳ ମାତ୍ରାରେ ବର୍ଷିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି ୪ ତାରିଖରେ ୭ଟି ଜିଲ୍ଲା ଯଥା ଗଞ୍ଜାମ, ଗଡ଼ପତି, ପୁରୀ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି।












Click it and Unblock the Notifications