ଜଳୁଛି ଆଭ୍ୟନ୍ତରୀଣ ଓଡ଼ିଶା, ଆଜି ୧୦ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଜଳୁଛି ଆଭ୍ୟନ୍ତରୀଣ ଓଡ଼ିଶା । ତାତିରୁ ମିଳୁନି ତ୍ରାହି । ଗତକାଲି ରାଜ୍ୟରେ ୪୦ ଡିଗ୍ରୀ ଉପରେ ୧୭ ସହରର ତାପମାତ୍ରା ରହିଥିବାବେଳେ ୪୩ ଡିଗ୍ରୀ ଉପରେ ରହିଥିଲା ୮ ସହର ।

ଭୁବନେଶ୍ୱର: ଜଳୁଛି ଆଭ୍ୟନ୍ତରୀଣ ଓଡ଼ିଶା । ତାତିରୁ ମିଳୁନି ତ୍ରାହି । ଗତକାଲି ରାଜ୍ୟରେ ୪୦ ଡିଗ୍ରୀ ଉପରେ ୧୭ ସହରର ତାପମାତ୍ରା ରହିଥିବାବେଳେ ୪୩ ଡିଗ୍ରୀ ଉପରେ ରହିଥିଲା ୮ ସହର । ୪୪ ଡିଗ୍ରୀ ସହିତ ସୋନପୁର ହୋଇଥିଲା ସବୁଠୁ ଉତ୍ତପ୍ତ । ଆଗକୁ ମଧ୍ୟ ଏପରି ସ୍ଥିତି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

weather report

ସେପଟେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟ ଅନେକ ବର୍ଷା ସମ୍ଭାବନା ରହିଛି । ପ୍ରଚଣ୍ଡ ଘଡ଼ଘଡ଼ି ବିଜୁଳି ସହ ବର୍ଷା ପାଇଁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ କେରଳ ଛୁଇଁସାରିଛି ମୌସୁମୀ । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଏହା ସଂପୂର୍ଣ୍ଣ କେରଳ ଛୁଇଁବ । ଜୁନ୍ ୧୦ରୁ ୧୨ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବାର ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ସେହିପରି ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ କାଳବୈଶାଖୀ ବର୍ଷା ଲାଗି ରହିବ ବୋଲି ବିଭାଗ ପୂର୍ବାନୁମାନ କରିଛି । ଉପକୂଳ ଓଡ଼ିଶାରେ ତାତି ନବଢିଲେ ମଧ୍ୟ ଅସହ୍ୟ ଗୁଳୁଗୁଳିରେ ସନ୍ତୁଳି ହେବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+