ଷଷ୍ଠୀରୁ ଅଷ୍ଟମୀ ପ୍ରବଳ ବର୍ଷିବ ! ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବାରୁ ଏଥର ଫିକା ପଡ଼ିପାରେ ଦୁର୍ଗା ପୂଜା। ମହାଷଷ୍ଠୀରେ ଭିଜିବ ଉତ୍ତର ଉପକୂଳ । ସପ୍ତମୀରେ ସମ୍ପର୍ଣ୍ଣ ଉପକୂଳ ଓଡ଼ିଶାରେ ବର୍ଷା ହେବ । ଅଷ୍ଟମୀରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସ
ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବାରୁ ଏଥର ଫିକା ପଡ଼ିପାରେ ଦୁର୍ଗା ପୂଜା। ମହାଷଷ୍ଠୀରେ ଭିଜିବ ଉତ୍ତର ଉପକୂଳ । ସପ୍ତମୀରେ ସମ୍ପର୍ଣ୍ଣ ଉପକୂଳ ଓଡ଼ିଶାରେ ବର୍ଷା ହେବ । ଅଷ୍ଟମୀରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । କିଛି ଜିଲ୍ଲାରେ ଅତିପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମଧ୍ୟ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ସେହିପରି ଶନିବାର ଉତ୍ତର ଉପକୂଳ ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ରବିବାର ମଧ୍ୟ ଉପକୂଳ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ହେଲେ ମହା ଅଷ୍ଟମୀରେ ଅର୍ଥାତ ସୋମବାର ପୁରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେନ୍ଦୁଝର ଓ ମୟୂରଭଞ୍ଜ ସମେତ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାର ୧୧ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।












Click it and Unblock the Notifications