୧୩ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା
ଦୁର୍ବଳ ମୌସୁମୀ ପ୍ରଭାବରେ ରାଜ୍ୟରେ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଛି। ଆଜି ଉପକୂଳ ଓଡ଼ିଶା ସମେତ ପାର୍ଶ୍ବବର୍ତ୍ତୀ ଜିଲାଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
ଭୁବନେଶ୍ୱର: ଦୁର୍ବଳ ମୌସୁମୀ ପ୍ରଭାବରେ ରାଜ୍ୟରେ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଛି। ଆଜି ଉପକୂଳ ଓଡ଼ିଶା ସମେତ ପାର୍ଶ୍ବବର୍ତ୍ତୀ ଜିଲାଗୁଡିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ତିନିଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ବିଶେଷ କରି ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ନୟାଗଡ଼ରେ ଏହାର ପ୍ରକୋପ ଅଧିକ ରହିବାକ ଆଶଙ୍କା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି।
ମଙ୍ଗଳବାର ୧୦ ଟି ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିବା ବେଳେ ଚାନ୍ଦବାଲିରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୬.୨ ଓ ମାଲକାନଗିରିରେ ତାପମାତ୍ରା ୩୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ମୌସୁମୀ ନିମ୍ନ ଚାପରେଖା ତାର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ଆଗାମୀ ୫ଦିନ ଯାଏଁ ଅବସ୍ଥାନ କରିବ। ଏହି ଅବଧି ଯାଏଁ ମୌସୁମୀ ପ୍ରବାହ ଦୁର୍ବଳ ରହିବାର ସମ୍ଭାବନା ଥିବାରୁ ଉଚ୍ଚ ଦିନ ତାପମାତ୍ରା ସହ ଉପକୂଳରେ ପ୍ରଚୁର ଜଳୀୟବାଷ୍ପ ପ୍ରଭାବରେ ଗୁଳୁଗୁଳି ଜାରିରହିବାର ସମ୍ଭାବନା ରହିଛି।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications