ଆସୁଛି ଲଘୁଚାପ, ୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା
ଆସୁଛି ଲଘୁଚାପ । ଏପ୍ରିଲ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଭୁବନେଶ୍ୱର: ଆସୁଛି ଲଘୁଚାପ । ଏପ୍ରିଲ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଅନ୍ୟପକ୍ଷରେ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ହ୍ରାସ ପାଇବାର ସମ୍ଭାବନା ରହିଛି ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
ସୂଚନାଯୋଗ୍ୟ, କିଛି ଦିନ ତଳେ ଭାରତୀୟ ମହାସାଗର ଓ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା। ମାର୍ଚ୍ଚ ୧୬ ସକାଳ ୩ଟା ସୁଦ୍ଧା ଏହା ଦକ୍ଷିଣ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଥିଲା।












Click it and Unblock the Notifications