ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ପ୍ରବଳ ବର୍ଷିବ

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆଜି ଉତ୍ତର-ପୂ

ଭୁବନେଶ୍ୱର: ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆଜି ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଭାବରେ ଆସନ୍ତା ୪ଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବ । ୪ ତାରିଖରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଜିଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ସତର୍କ କରାଇଛି ।

odisha weather report

ସେପଟେ ଆଜି ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ । ସେହିପରି ଆସନ୍ତାକାଲି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏଥିପାଇଁ ସେହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଉଛି- ମୟୂରଭଞ୍ଜ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଓ ନୟାଗଡ଼। ସେହିପରି ଆଉ ୪ଟି ଜିଲ୍ଲା- ଗଜପତି, ଗଞ୍ଜାମ, ପୁରୀ ଓ ଖୋର୍ଦ୍ଧାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

୫ ତାରିଖ ବା ବୁଧବାର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, କଟକ, ଜଗତସିଂହପୁର, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+