ଆସନ୍ତା ୮ ରୁ ପୁଣି ବର୍ଷିବ: ଆଜି ୧୦ ଜିଲ୍ଲାକୁ ସତର୍କ

Odisha Weather Report

ଭୁବନେଶ୍ୱର: ପଶ୍ଚିମା ଝଡ ପରେ ବଢ଼ିଲା ତାପମାତ୍ରା । ଆସନ୍ତା ଦୁଇ ଦିନରେ ୨ରୁ ୪ ଡିଗ୍ରୀ ବଢ଼ିଯିବ ପାରଦ । ତେବେ ୮ ତାରିଖରୁ ପୁଣି ବର୍ଷା ବଢିବ ବୋଲି ଅନୁମାନ କରାଯାଉଛି ।

ତେବେ ଆଜି ୧୦ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । କନ୍ଧମାଳ, ରାୟଗଡ଼ା, କୋରାପୁଟ, ଅନୁଗୁଳ, କେନ୍ଦୁଝର, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ ଓ ଗଞ୍ଜାମକୁ ସତର୍କ ସୂଚନା ଦିଆଯାଇଛି ।

ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ୮ ତାରିଖରେ ବର୍ଷାର ପରିମାଣ ଓ ବିସ୍ତୃତି ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଦକ୍ଷିଣ ଓଡ଼ିଶା ସହ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଅନ୍ୟପଟେ ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇବ । ଅପରାହ୍ନ ବେଳକୁ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକା ବର୍ଷା ସମ୍ଭାବନା ଥିବା ବେଳେ ଅନ୍ୟାନ୍ୟ ସ୍ଥାନରେ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ପାଗ ସମ୍ପୂର୍ଣ୍ଣ ଶୁଖିଲା ଓ ଖରାଟିଆ ରହିବ । ରାଜ୍ୟର ତାପମାତ୍ରା ଏହି ସମୟରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+