ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ଶୁକ୍ରବାର ଅପରାହ୍ଣ ସୁଦ୍ଧା ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଏନେଇ ବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଏହି ସମୟରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ଝଡ଼ବର୍ଷା ହେବା ସହ କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି । ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।
ଏହାକୁ ଦୃଷ୍ଟିରେ ରଖି ଉପରୋକ୍ତ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହ ଝଡ଼ବର୍ଷା ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରି ନିରାପଦ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି ।












Click it and Unblock the Notifications