ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା, ଫିକା ପଡିବ ପୂଜା ବଜାର
ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା
ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ଵବର୍ତ୍ତୀ ସମୁଦ୍ର ମଧ୍ୟରେ ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରିରହିଛି ଲଗାଣ ବର୍ଷା । ଉପକୂଳ ସମେତ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷାର ପ୍ରଭାବ ଜାରି । ଭୁବନେଶ୍ୱର ଏବଂ କଟକରେ ତୁହାକୁ ତୁହା ଲଗାଣ ବର୍ଷା ଲାଗିରହିଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଆଜି ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ୫ ତାରିଖରେ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଓ ୬ ତାରିଖରେ ୬ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ସେହିପରି ୭ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଲଘୁଚାପର ରୂପ ନେଇପାରେ । ଏହାର ପ୍ରଭାବରେ ୮ ଓ ୯ ତାରିଖରେ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରାଯାଉଛି ।












Click it and Unblock the Notifications