ଲଘୁଚାପ ପାଇଁ ରାଜ୍ୟରେ ଆସନ୍ତା ୫ ଦିନ ଯାଏଁ ପ୍ରବଳ ବର୍ଷା !
ଲଘୁଚାପ କ୍ଷେତ୍ର ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ଥିବା କହିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଭୁବନେଶ୍ୱର: ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ଥିବା କହିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବିଶେଷ କରି ଗଞ୍ଜାମ, ନୟାଗଡ, କନ୍ଧମାଳ ଏବଂ ବୌଦ୍ଧର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ସ୍ଥାନକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୩ରୁ ୪ ଦିନ ଯାଏ ବର୍ଷା ଲାଗି ରହିବ । । ୧୧୦ ମିଲିମିଟରରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୪ ଘଣ୍ଟା ପର୍ଯ୍ୟନ୍ତ ୪ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି । ସତର୍କ ରହିବା ପାଇଁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଏସ୍ଆରସିଙ୍କ ଚିଠି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ବୌଦ୍ଧ, ନୟାଗଡ, କନ୍ଧମାଳ ଏବଂ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ପାଇଁ ଖୋର୍ଦ୍ଧା ପୁରୀ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ସେପଟେ ଗତକାଲି ଅସରାଏ ବର୍ଷାରେ ବେହାଲ ହୋଇଛି ରାଜଧାନୀ । ବର୍ଷାରେ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଥିଲା ରାଜରାସ୍ତାରେ ପାଣି ଜମିଥିବା ବେଳେ, ଯାତାୟତ ବାଧାପ୍ରାପ୍ତ ହୋଇଥିଲା ।












Click it and Unblock the Notifications